banner
Breaking

ସ୍କୁଲ ପିଲାଙ୍କ ପାଇଁ ମଧୁ ଆପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ୱର,୩।୧୨(ଓଡ଼ିଆ ନ୍ୟୁଜ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ଏହି ଆପ୍‌ ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ର ‘ମଧୁ ଆପ୍‌’ମୋବାଇଲରେ ଡାଉନ୍‌ଲୋଡ୍‌ କରି ସେଥିରୁ ଭିଡିଓ ଦ୍ୱାରା ଶ୍ରେଣୀରେ ପଢ଼ା ଯାଇଥିବା ପାଠ ବୁଝି ପାରିବେ।
ଏହି ଅବସରରେ ଆୟୋଜିତ ଭିଡିଓ କନ୍‌ଫରେନ୍‌ସିଂ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲା ୨୨ଟି ବ୍ଲକର ଛାତ୍ରୀଛାତ୍ରଙ୍କ ସହିତ ମୁଖ୍ୟମନ୍ତ୍ରୀ ‘ମଧୁ ଆପ୍‌’ ସମ୍ପର୍କରେ ଆଜି କଥାବାର୍ତ୍ତା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନଙ୍କ ପାଇଁ ଶିକ୍ଷାର ବିକଳ୍ପ ନାହିଁ। ତେଣୁ ଭଲ ପାଠ ପଢ଼ି ଦେଶର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି। ଓଡ଼ିଆ ଜାତି ପାଇଁ ଉତ୍କଳଗୌରବ ମଧୁସୂଦନଙ୍କ ତ୍ୟାଗ ବିଷୟରେ ଆଲୋଚନା କରି ମଧୁ ବାବୁ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନ ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଗଞ୍ଜାମ ଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।

Khansweb Solution Bhubaneswar

Leave A Reply

Your email address will not be published.