banner
Breaking

ଭୁବନେଶ୍ୱରରୁ ଆଜି ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ।

0

ଭୁବନେଶ୍ୱର,୧୨।୯(ଓଡ଼ିଆ ନ୍ୟୁଜ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୮୦କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୨ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୫୮୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦୮୨୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୦ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୯୪୬ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.