banner
Breaking

ଭୁବନେଶ୍ୱରର ପାଞ୍ଚଟି ସ୍କୁଲରେ କରୋନା ଟେଷ୍ଟ ଆରମ୍ଭ।

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ

0

ଭୁବନେଶ୍ଵର,୧୧/୪(ଓଡ଼ିଆ ନ୍ୟୁଜ) : ଆଜିଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ କରୋନା ଟେଷ୍ଟ ପାଇଁ ନମୁନା ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜଧାନୀର ୫ଟି ସ୍କୁଲ୍‌ରେ ମେଡିକାଲ୍ ଟିମ୍ ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରୁଛନ୍ତି। ଆଜି ସକାଳ ୯ରୁ ମଧ୍ୟାହ୍ନ ୧୨ ଓ ଅପରାହ୍ନ ୩ ରୁ ୫ଟା ଯାଏଁ କରୋନା ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରାଯିବ ।  ଭୁବନେଶ୍ୱରରେ କୋଭିଡ-୧୯ ର ଟେଷ୍ଟ ପାଇଁ ୪୦୦୦ ଟେଷ୍ଟ୍ କିଟ୍ ପହଞ୍ଚିବା ପରେ ଏହି ପଦକ୍ଷେପ ନିଆଯାଇଛି। ବିଶେଷ କରି ଯେଉଁ ଲୋକମାନଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଥିବ ଓ ଯେଉଁମାନେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବେ, ସେମାନଙ୍କର ସ୍ୱାବ ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯିବ ବୋଲି ଜଣାପଡିଛି।ରାଜଧାନୀ ଭୁବନେଶ୍ଵରର ୫ ଟି ସ୍କୁଲ ମଧ୍ୟରେ ଝାରପଡା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ ହାଇସ୍କୁଲ, ସହିଦ ନଗର ସରକାରୀ ହାଇସ୍କୁଲ, ଗଣ୍ଡମୁଣ୍ଡା ୟୁଜି ହାଇସ୍କୁଲ ଓ ନୟାପଲ୍ଲୀ ମମତାଜ ଅଲୀ ହାଇସ୍କୁଲ ରହିଛି। ଏହି ସବୁ ସ୍କୁଲରେ ଆଗାମୀ ୧୭ ତାରିଖ ଯାଏ ମେଡିକାଲ୍ ଟିମ୍ ନମୁନା ସଂଗ୍ରହ କରିବେ।  ଏହି ସମୟରେ ସ୍କୁଲ୍‌ର ଦୁଇ ଜଣ ଶିକ୍ଷକ, ଜଣେ ସ୍ୱିପର ଓ ଜଣେ ଓ୍ୱାଚ୍‌ମ୍ୟାନ୍‌ ଉପସ୍ଥିତ ରହିବେ। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଗତକାଲି ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.