ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନର ପ୍ରଥମ ଦିନ ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଣିବେ। ବିଧାନସଭାର ଶୀତଅଧିବେଶନରେ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟ୍କୁ ପୂର୍ବରୁ ଏହାକୁ ପ୍ରଥମେ କ୍ୟାବିନେଟ୍ରେ ଅନୁମୋଦନ ଦିଆଯିବ। ପରେ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିବା ସହ ବିଧାନସଭାରେ ବଜେଟ୍ ଉପସ୍ଥାପନ କରାଯିବ। ଆସନ୍ତା ୨୩ ତାରିଖ ଅପରାହ୍ନରେ ପ୍ରଥମେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏହାପରେ ଅପରାହ୍ନ ୫ଟା ୪୫ ମିନିଟ୍ ସମୟରେ ମନ୍ତ୍ରୀ ପରିଷଦ ବସିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
