banner
Breaking

ବିଧାନସଭା ପରିସରରେ ବିଜୁ ଜୟନ୍ତୀ ପାଳିତ।

0

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ)- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ବାଚସ୍ପତି ଡ. ପାତ୍ର, ଉପବାଚସ୍ପତି ରଜନୀ କାନ୍ତ ସିଂହ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଏକାଧିକ ବିଧାୟକ ଓ ପୂର୍ବତନ ବିଧାୟକ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବରପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ମହାନ ରାଷ୍ଟ୍ରନୀତିଜ୍ଞ ବିଜୁ ପଟ୍ଟନାୟକଙ୍କ ସ୍ମୃତିରେ ଏକ ସଂଗୀତ ପରିବେଷଣ କରିଥିଲେ। ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.