banner
Breaking

ପ୍ରାର୍ଥୀପତ୍ର ଦାଖଲ କଲେ ରୁଦ୍ର।

0

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ରୁଦ୍ର ପ୍ରତାପ ମହାରଥୀ ପୁରୀ ଯାଇ ଅତିରିକ୍ତ ଜିଲାପାଳଙ୍କ କାର୍ୟ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ରୁଦ୍ରଙ୍କ ସହ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ପ୍ରତାପ ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

Khansweb Solution Bhubaneswar

Leave A Reply

Your email address will not be published.