banner
Breaking

ବିଜେଡିରେ ମିଶିଲେ ପ୍ରଦୀପ ସାହୁ

0

ଖୋର୍ଦ୍ଧା ,୧୫।୧୧: ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଝଟକା ଲାଗିଛି। ବେଗୁନିଆ ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି । ନିଜର ସମର୍ଥକଙ୍କ ସହ ପ୍ରଦୀପ ି ବିଜେଡି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ବିଜେଡିର ସାଂଗଠନିକ ସମ୍ପାଦକ ପାଦକ ପ୍ରଣବ ପ୍ରକାଶ ଦାସ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଜିଲା ବିଜେଡି ସଭାପତି ବିଭୂତିଭୂଷଣ ବଳବନ୍ତରାୟ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ଯୋଗ ଦେଇଛନ୍ତି ପ୍ରଦୀପ । ସେ ଖୋର୍ଦ୍ଧା ଜିଲା କଂଗ୍ରେସର ଉପସଭାପତି ଥିଲେ। ରବିବାର ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । କଂଗ୍ରେସ ଦଳରେ ତାଙ୍କୁ ଅଣଦେଖା କରାଯାଉଥିବା ନେଇ ସେ ଅଭିଯୋଗ କରିଥିଲେ । ୨୦୧୯ ବିଧାନସଭା ନିର୍ବାଚନରେ ପ୍ରଦୀପ ସାହୁ କଂଗ୍ରେସ ଟିକେଟରେ ବେଗୁନିଆରୁ ପ୍ରାର୍ଥୀ ହୋଇ ୫୪ ହଜାରରୁ ଅଧିକ ଭୋଟ ପାଇଥିଲେ। ୨୦୧୪ ନିର୍ବାଚନରେ ଆମ୍‌ଆଦ୍‌ମି ପାର୍ଟିରୁ ପ୍ରାର୍ଥୀ ହୋଇ ୩୦ ହଜାରରୁ ଅଧିକ ଭୋଟ ପାଇଥିଲେ। ୧୯୯୯ ମସିହାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ କଂଗ୍ରେସରେ ଯୋଗଦାନ କରିଥିଲେ। ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ଜୀବନରୁ ରାଜନୀତିରେ ଜଡିତ। ୯୦ ଦଶକରେ ସରପଞ୍ଚ ଭାବେ ରାଜନୀତିରେ ପାଦ ଥାପି ଥିଲେ।

Khansweb Solution Bhubaneswar

Leave A Reply

Your email address will not be published.