banner
Breaking

ପିପିଲି ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ନାମ ଘୋଷଣା।

0

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ ସରିଛି । ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରଥମେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଆଜି ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ଓ କ°ଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
୩ ଦଳ ମଧ୍ୟରୁ ଭାଜପା ପ୍ରଥମେ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏହି ତାଲିକାରେ ଭାଜପାର ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପ୍ରଭାରୀ ଡି.ପୂରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟପାଲ ସିଂ ତୋମାର, ଜୁଏଲ ଓରାମ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ଉପନେତା ବିଷ୍ଣୁ ସେଠୀ, ବରିଷ୍ଠ ନେତା କେଭି ସିଂହଦେଓ, ବିଜୟ ମହାପାତ୍ର, ସମ୍ବିତ ପାତ୍ର,ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀଙ୍କ ସମେତ ବରିଷ୍ଠ ନେତା ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତରାୟ , ପ୍ରକାଶ ମିଶ୍ର ପ୍ରମୁଖ ରହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.