banner
Breaking

ବୁଲବୁଲ ପ୍ରଭାବରେ କୋହଲା ପବନ ସହିତ ବର୍ଷା ଆରମ୍ଭ।

0

ଭୁବନେଶ୍ୱର: ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। କେନ୍ଦ୍ରାପଡା, ଜଗତସିଂହପୁରରେ ସକାଳୁ ଝିପିଝିପି ବର୍ଷା ହେଉଥିବା ବେଳେ ରାଜ୍ୟର ପ୍ରାୟ ଜିଲ୍ଲାରେ କୋହଲା ପବନ ବହୁଛି।ପାରାଦୀପ ଠାରୁ ଏବେ ଏହା ପ୍ରାୟ ୪୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଏହା ଗତି କରୁଛି।

‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ସତର୍କତା ସ୍ୱରୂପ ପାରାଦୀପ ବନ୍ଦରରେ ୨ନମ୍ବର ବିପଦ ସଙ୍କେତ ଦିଆଯାଇଛି।ଆଗକୁ ବର୍ଷା ବଢ଼ିବାର ସମ୍ଭାବନା ଥିବାରୁ ପାରାଦୀପ ମାଛଧରା ବନ୍ଦର ସହ ଅଠରବାଙ୍କି, ନେହରୁ ବଙ୍ଗଳା, ନୂଆ ବଜାର ଓ ଷଣ୍ଢକୁଦ ବସ୍ତି ଲୋକଙ୍କୁ ସତର୍କ କରି ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଡାକବାଜି ଯନ୍ତ୍ର ଯୋଗେ ଆଲର୍ଟ କରାଯାଇଛି।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘ବୁଲ୍‌ବୁଲ୍‌’ ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.