banner
Breaking

ରାଜ୍ୟରେ ଆଉ ୫ ଜଣ ଚିହ୍ନଟ। ୭୯ ଛୁଇଁଲା ସ°ଖ୍ୟା।

0

ଭୁବନେଶ୍ଵର,୨୧/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟ ୭୯ରେ ପହଞ୍ଚିଛି । ଏହି ୫ଜଣ ବାଲେଶ୍ବରର। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ ଏହି ୫ ଜଣଙ୍କ ମଧ୍ୟରେ ୨ ଜଣ ମହିଳା, ଦୁଇ ଜଣ ପୁରୁଷ ଓ ଜଣେ ନାବାଳକ ଅଛନ୍ତି। ଦୁଇ ମହିଳାଙ୍କ ବୟସ ୩୪ ବର୍ଷ ହୋଇଥିବା ବେଳେ ଦୁଇ ପୁରୁଷଙ୍କ ବୟସ ଯଥାକ୍ରମେ ୩୮ ବର୍ଷ ଓ ୨୬ ବର୍ଷ। ତେବେ ଆକ୍ରାନ୍ତ ନାବାଳକଙ୍କ ବୟସ ୧୨ ବର୍ଷ ବୋଲି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ।
ଏଥିସହ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହୋଇଥିବା ୭୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇଥିବା ବେଳେ ୫୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.