banner
Breaking

ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶିତ

0

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ମିଳିଛି। ଅଫ୍‌ଲାଇନରେ ୧୨,୩୨୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏଥିରେ ୮୪୬୦ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ୬୮.୭୬ ପ୍ରତିଶତ ରହିଛି।

କଳାରେ ୬ ହଜାର ୩୧୦ ଛାତ୍ରୀଛାତ୍ର ପାସ କରିଥିବା ବେଳେ ବାଣିଜ୍ୟରେ ୪୨୨, ବିଜ୍ଞାନରେ ୧୫୦୧ ଓ ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରୀଛାତ୍ର ପାସ କରିଛନ୍ତି। ପରୀକ୍ଷାରେ ଛାତ୍ରମାନଙ୍କ ପାସ ହାର ୬୨.୭ ପ୍ରତିଶତ ଥିବା ବେଳେ ଛାତ୍ରୀଙ୍କ ପାସ ହାର ୬୭.୭୬ ପ୍ରତିଶତ ରହିଛି । ଅକ୍ଟୋବର ୧ ରୁ ୧୧ତାରିଖ ଯାଏ ଅଫ୍‌ଲାଇନ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ରାଜ୍ୟର ୧୩ ହଜାର ୪୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଆବେଦନ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.