banner
Breaking

ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ। ନୟାଗଡ଼ ଜିଲ୍ଲାରେ ସର୍ବାଧିକ ପାସହାର।

0

ଭୁବନେଶ୍ବର,୧୯/୮(ଓଡ଼ିଆ ନ୍ୟୁଜ):ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି।ପାସ ହାର ୭୪.୯୫% ରହିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ ରାଜ୍ୟରେ ମୋଟ ୨୫,୭୭୨ ଜଣ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୯,୩୧୮ ଜଣ ପାସ କରିଛନ୍ତି। ନୟାଗଡ଼ ଜିଲ୍ଲାରେ ସର୍ବାଧିକ ୮୮. ୭୦ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ଏବଂ ଏହି ଜିଲ୍ଲା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି। ଦେବଡ଼ ଜିଲ୍ଲାରେ ସର୍ବନିମ୍ନ ୩୪.୧୭ ପ୍ରତିଶତ ପାସ ହାର ରହିଛି। ରାଜ୍ୟରେ ଚଳିତ ବର୍ଷ ପୂର୍ବ ବର୍ଷ ଅପେକ୍ଷା ୪.୬୯ ପ୍ରତିଶତ ପାସ ହାର ବୃଦ୍ଧି ପାଇଛି।

ତେବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ଖାତା ରିଚେକିଂ ଅଗଷ୍ଟ ୨୧ ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.