ସମ୍ବଲପୁର : ଆଜି ସମ୍ବଲପୁର କୁଚିଣ୍ଡାରେ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଜିଲାରେ ନୂଆ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବିତରଣ ଶୁଭାରମ୍ଭ ଏବଂ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଏହାସହ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଦେଇ କହିଛନ୍ତି, ‘ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବ୍ୟବସ୍ଥାରେ ସାରା ଦେଶରେ ଆମେ ପ୍ରଥମ’। ସେପ୍ଟେମ୍ବର ୧ରୁ ଲାଗୁ ଏହି ବ୍ୟବସ୍ଥାରେ ୧୦ ଲକ୍ଷ ପରିବାର କାର୍ଡ ପାଇଲେଣି। ଏଯାବତ ୧୦ ହଜାର ଲୋକେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ୱାସ୍ଥ୍ୟ ସବୁିଧା ପାଇଲେଣି। ରାଜ୍ୟ ସରକାରଙ୍କୁ ଏବାବଦକୁ ୨୦ କୋଟି ଟଙ୍କା ବ୍ୟୟ କରିବାକୁ ପଡିଛି। ରାଜ୍ୟର ସାଢେ ୩ କୋଟି ଲୋକେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଉପକୃତ ହେବେ। ଏହି କାର୍ଡ ଆଧାରରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳିପାରିବ।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
