banner
Breaking

ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ କରି କହିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନନ୍ଦ ସାରଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ,ନଭେମ୍ବର ୨୯ ତାରିଖରେ ନନ୍ଦ ସାର ଅସୁସ୍ଥ ହୋଇଥିଲେ। ପରେ ତାଙ୍କୁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେହି ଦିନ ରାତିରେ ତାଙ୍କୁ ଜିଲା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ୩ ଦିନ ତଳେ ସେଠାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଗତ ମାସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିଲେ। ପୁରସ୍କାର ଗ୍ରହଣ କରିବା ପରେ ସେ ରାଷ୍ଟ୍ରପତିଙ୍କୁ ଆର୍ଶୀବାଦ ଦେଉଥିବା ବେଳର ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.