banner
Breaking

ଆଗାମୀ ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହାକୁ ନେଇ ଉଭୟ ଜନସାଧାରଣ ଓ ପ୍ରଶାସନ ସତର୍କ ରହିବା ଜରୁରୀ। ଏଥିସହ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ଡାକ୍ତରଖାନାରେ ଭର୍ତ୍ତି ହେବା ପରିମାଣ ବହୁତ କମ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ ବରିଷ୍ଠ ନାଗରିକ ତଥା ସମ୍ମୁଖ ଯୋଦ୍ଧାମାନଙ୍କର ଟିକାକରଣ ଖୁବ ଜରୁରୀ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସ ହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ା ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ ରାପିଡ୍‌ ରେସପନ୍ସ ଟିମ୍‌ ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.