banner
Breaking

ଭୟ କରନାହିଁ ସତର୍କ ରୁହ : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ କଟକଣାକୁ ପାଳନ କରିବା ପାଇଁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

ତୃତୀୟ ଲହରରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ୍‌ ପରିଚାଳନା ଠିକ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ଼ ବଡ଼ ସହରରେ ସକ୍ରିୟ ମାମଲା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି। ଖୁବ କମ ରୋଗୀଙ୍କୁ ହସ୍ପିଟାଲ ଯିବାକୁ ପଡ଼ୁଛି । ଏ ସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.