banner
Breaking

ନବୀନ ପୁଣି ନମ୍ବର ଓ୍ବାନ୍ ମୁଖ୍ୟମନ୍ତ୍ରୀ : ଇଣ୍ଡିଆ ଟୁଡେ ରିପୋର୍ଟ

0

ଭୁବନେଶ୍ୱର,୨୧/୧(ଓଡ଼ିଆ ନ୍ୟୁଜ): ନବୀନ ପୁଣି ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ। ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ଲୋକଙ୍କ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତାରେ ଦେଶରେ ସବୁଠୁ ଅଧିକ । ମୁଖ୍ୟମନ୍ତ୍ରୀ ଭାବରେ ଓଡ଼ିଶାର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେର ମୁଡ୍ ଅଫ୍ ନେସନ୍ ପୋଲରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଏକ ନମ୍ବରରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ।

ଦ୍ୱିତୀୟ ସ୍ଥାନର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଛନ୍ତି । ପଶ୍ଚିମବଙ୍ଗର ୬୯.୯ ପ୍ରତିଶତ ଜନତା ଦିଦିଙ୍କୁ ପସନ୍ଦ କରୁଛନ୍ତି । ୬୭.୫ ପ୍ରତିଶତ ସହ ତୃତୀୟ ସ୍ଥାନରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନ୍ ଅଛନ୍ତି । ଚତୁର୍ଥ ସ୍ଥାନରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ପଞ୍ଚମ ସ୍ଥାନରେ କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ ଓ ଷଷ୍ଟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ ।

ଅଷ୍ଟମ ସ୍ଥାନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ନବମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ଦଶମ ସ୍ଥାନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଅଛନ୍ତି । ଟପ୍ ଟେନ୍ ତାଲିକାରେ କେବଳ ବିଜେପି ଶାସିତ ରାଜ୍ୟର ଜଣେ ମୁଖ୍ୟମନ୍ତ୍ରୀ ଅଛନ୍ତି । ଇଣ୍ଡିଆ ଟୁଡେର ମୁଡ୍ ଅଫ୍ ନେସନ୍ ପୋଲ୍ ଦର୍ଶାଉଛି, ନିଜ ନିଜ ରାଜ୍ୟରେ ଆଞ୍ଚଳିକ ଦଳର ଦବଦବା ଜାରି ରହିଛି ।

Khansweb Solution Bhubaneswar

Leave A Reply

Your email address will not be published.