banner
Breaking

ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଟଙ୍କା ଘୋଷଣା

0

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ସୋର ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି  ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଏହି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଦୁର୍ଘଟଣାରେ ଗୁରୁତରମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ବସ୍‌ଟି ଆଜି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୬ ଜଣ ପ୍ରାଣ ହରାଇଥିବା ବେଳେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

Khansweb Solution Bhubaneswar

Leave A Reply

Your email address will not be published.