banner
Breaking

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଆଜି ସାରା ଦେଶ ବାପୁଙ୍କୁ ମନେ ପକାଉଛି। ସର୍ବଦା ସତ୍ୟ ଓ ଅହିଂସାର ମାର୍ଗ ଆପଣାଉଥିବା ବାପୁଙ୍କୁ ସମସ୍ତେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ବାପୁଙ୍କ ଅନେକ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ମନେ ପକାଉଛନ୍ତି ନେତା , ମନ୍ତ୍ରୀ ସାଧାରଣ ଲୋକେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ,‘ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର ତଥା ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଲୋକଙ୍କ କଲ୍ୟାଣ ସହ ସୁସ୍ଥ ସମାଜ ଗଠନ ଏବଂ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ଦିଗରେ ତାଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସାର ମାର୍ଗ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ମୁଖମନ୍ତ୍ରୀ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.