banner
Breaking

ନୂଆ ମନ୍ତ୍ରୀଙ୍କୁ ନବୀନଙ୍କ ୬ଟି ମନ୍ତ୍ର

0

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌, ଟ୍ରାନ୍ସଫରମେଶନ(୫-ଟି)କୁ ନେଇ କାର୍ଯ୍ୟ ହେଉଥିଲା। ଏବେ ଏଥିରେ ଆଉ ଏକ ‘ଟି’ ଅର୍ଥାତ୍‌ ଟୁର୍‌ ଯୋଡ଼ିହୋଇଛି। ଟୁର୍‌ କରି ସମାଜର ଶେଷଧାଡ଼ିର ଲୋକଙ୍କ ନିକଟରେ ପହଞ୍ଚିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଜିଲା ଓ ବ୍ଲକସ୍ତରକୁ ଗସ୍ତ କରିବାକୁ ସମସ୍ତ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ସମସ୍ୟା ସହ ଅବଗତ ହୋଇ ଏହାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ଲୋକଙ୍କ ବିକାଶ ପାଇଁ ଯତ୍ନଶୀଳ ହେବା ସହ ୨୦୨୪ ପୂର୍ବରୁ ବିଜେଡିର ନିର୍ବାଚନୀ ଇସ୍ତାହାର ଶତପ୍ରତିଶତ ପୂରଣ ଦିଗରେ କାର୍ଯ୍ୟ କରିବା ଆବଶ୍ୟକ। କାର୍ଯ୍ୟରେ ସ୍ବଚ୍ଛତା ରଖିବା ସହ ବିବାଦରେ ନ ପଡ଼ିବାକୁ ମନ୍ତ୍ରୀମାନଙ୍କୁ ନବୀନ ପରାମର୍ଶ ଦେଇଛନ୍ତି।
ବଣ୍ଟନ ପରେ ରବିବାର ଅପରାହ୍ନରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ନବକିଶୋର ଦାସ, ସମୀର ରଞ୍ଜନ ଦାଶ, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ, ଜଗନ୍ନାଥ ସାରକା, ବାସନ୍ତୀ ହେମ୍ବ୍ରମ୍‌, ଟୁକୁନି ସାହୁ ଓ ତୁଷାରକାନ୍ତି ବେହେରାଙ୍କ ସମେତ ସମସ୍ତ ୨୧ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ସାକ୍ଷାତ୍‌ କରିଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ ସୁଶାସନ ନିମନ୍ତେ ବିଭିନ୍ନ ପରାମର୍ଶ ଦେଇଛନ୍ତି। ଏଥିସହ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସମସ୍ତେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ନବୀନ ଆହ୍ବାନ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.