banner
Breaking

ଦମନ ଚଳଚ୍ଚିତ୍ରକୁ ଟିକସ ମୁକ୍ତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି .
ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ.

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବ କୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି .
କୋଭିଡ୍ ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା
ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି.

Khansweb Solution Bhubaneswar

Leave A Reply

Your email address will not be published.