banner
Breaking

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ ଚୁଡାନ୍ତ

1

ହିଞ୍ଜିଳିକାଟୁ ୨୧ା୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୂଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆର୍‌ଡିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତିଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳାଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ସୋମବାର ହିଞ୍ଜିଳିକାଟୁ ଆସି ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗଞ୍ଜାମ ଗସ୍ତରେ ହିଞ୍ଜିଳିକାଟୁ, ଶେରଗଡ଼, କୁକୁଡ଼ାଖଣ୍ଡି, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଧରାକୋଟ ବ୍ଲକର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ସୋମବାର ଜିଲାପାଳଙ୍କ ଏହି ପ୍ରସ୍ତୁତି ସମୀକ୍ଷା କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଏସ୍‌ଡିପିଓ ଉମା ଶଙ୍କର ସିଂ, ଆଇଆଇସି ଅଭିମନ୍ୟୁ ଦାଶ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଶେରଗଡ଼ରେ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

Khansweb Solution Bhubaneswar
1 Comment
  1. mitolyn reviews says

    **mitolyn reviews**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.