banner
Breaking

ବନ୍ୟପ୍ରାଣୀ ଆକ୍ରମଣ ଜନିତ ମୃତ୍ୟୁ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

1

ଭୁବନେଶ୍ୱର : ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ, ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଗୁରୁତରଙ୍କ ପାଇଁ ମଧ୍ୟ ସହାୟତା ରାଶି ବୃଦ୍ଧି କରାଯାଇଛି। ୬୦ ପ୍ରତିଶତରୁ କମ୍‌ କ୍ଷତି ହୋଇଥିଲେ ସହାୟତା ରାଶି ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ହୋଇଥିଲେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ପଡ଼ିଲେ ସରକାରୀ ହସ୍ପିଟାଲରେ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍ପିଟାଲରେ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବାକୁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.