banner
Breaking

ସିଏଏ ବିଲ ଉପରେ ସ୍ପଷ୍ଟୀକରଣ କଲେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ସାମ୍ବାଦିକଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ହେଲେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନୁହେଁ। ସିଏଏ କେବଳ ବିଦେଶୀ ନାଗରିକଙ୍କ ପାଇଁ ପ୍ରଯୁଜ୍ୟ। ଏହାର ପ୍ରଭାବ ଭାରତୀୟ ଜନସାଧାରଣଙ୍କ ଉପରେ ପଡ଼ିବ ନାହିଁ। ଦଳ ପକ୍ଷରୁ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ଏନ୍‌ଆର୍‌ସି ନେଇ ସ୍ପଷ୍ଟ କରାଯାଇଛି। ଏନ୍‌ଆର୍‌ସିକୁ ଦଳ ସମର୍ଥନ କରୁନାହିଁ। ଏଣୁ ଗୁଜବ ଉପରେ ବିଶ୍ୱାସ ନ କରି ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.