banner
Breaking

ବାଲେଶ୍ବରରେ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ସବୁ ପ୍ରକାରର ଉଦ୍ୟମ ଚାଳିଛି। ବାଲେଶ୍ୱର ଜିଲାରେ ଓଡ୍ରାଫ ଟିମ୍‌ ବିଭିନ୍ନ ଭାଗରେ ପଡିଥିବା ଗଛକୁ କାଟି ଯୋଗାଯୋଗ ବ୍ୟବସ୍ଥାକୁ ସ୍ବଭାବିକ କରିବାରେ ଲାଗିଛନ୍ତି। ମୁଖ୍ୟମନ୍ତ୍ରୀ ବାଲେଶ୍ୱରରେ ଚାଲିଥିବା ଉଦ୍ଧାର କାର୍ଯ୍ୟର ଏକ ଭିଡିଓ ଟୁଇଟରେ ଶେୟାର କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ବାଲେଶ୍ୱରରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଲେଶ୍ୱର ପଠାଇଛନ୍ତି।
ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବାଲେଶ୍ୱରରେ ଡେରା ପକାଇଥିବା ବେଳେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଧ୍ୟ ରହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.