banner
Breaking

କରୋନାରେ ଅନାଥ ଶିଶୁଙ୍କୁ ଦିଆଯିବ ଭତ୍ତା।

0

ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା ପାଇବେ। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ପିଲାଙ୍କୁ ମିଳିବ ଭତ୍ତା। ଏନେଇ ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ଯୋଜନାରେ ଅନାଥ ଶିଶୁଙ୍କୁ ମାସିକ ୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।

Khansweb Solution Bhubaneswar

Leave A Reply

Your email address will not be published.