banner
Breaking

ବାତ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’ ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଲ୍ୟାଣ୍ଡଫଲ କରିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀଗସ୍ତରେ ଥିଲେ ହେଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିଛନ୍ତି। ଏହାପରେ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ୧୧ ଜିଲାରେ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସୋମବାର ପ୍ରଭାବିତ ହେବାକୁ ଥିବା ୧୧ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପରବର୍ତ୍ତୀ ସମୟରେ ଜିଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ।

Khansweb Solution Bhubaneswar

Leave A Reply

Your email address will not be published.