banner
Breaking

ରାଜ୍ୟରେ ଆଜି ୧୬୧୭ ପଜିଟିଭ ଚିହ୍ନଟ ଓ ୧୩ ମୃତ।

0

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୭,୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୭୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୭୫, ବାଲେଶ୍ୱରରୁ ୭୬, ବରଗଡ଼ରୁ ୩୫ , ଭଦ୍ରକରୁ ୩୦, ବଲାଙ୍ଗୀରରୁ ୬୮, ବୌଦ୍ଧରୁ ୧୯, କଟକରୁ ୧୨୮, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୪୫ , ଗଜପତିରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୦ ଜଗତ୍‌ସିଂହପୁରରୁ ୮୦, ଯାଜପୁରରୁ ୪୦ , ଝାରସୁଗୁଡ଼ାରୁ ୩୯, କଳାହାଣ୍ଡିରୁ ୮୪ , କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୫୪, କେନ୍ଦୁଝରରୁ ୫୩, କୋରାପୁଟରୁ ୩୨, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୮୫ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩୩ , ନୟାଗଡ଼ରୁ ୪୦, ନୂଆପଡ଼ାରୁ ୫୯, ପୁରୀରୁ ୭୬, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୨୨, ସୁବର୍ଣ୍ଣପୁରରୁ ୮ ଓ ସୁନ୍ଦରଗଡ଼ର ୯୩ ଆକ୍ରାନ୍ତ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮୭୦୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୬୨୯ ଚିକିତ୍ସାଧୀନ ଅଛନ୍ତି। ୨୭୦୧୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର, ଜଗତସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.