banner
Breaking

ରାଜ୍ୟରେ ପୁଣି ୧୭୦ ପଜିଟିଭ ଚିହ୍ନଟ।

0

ଭୁବନେଶ୍ୱର,୨୭/୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୫୮, ନବରଙ୍ଗପୁରରୁ ୧୯, ଖୋର୍ଦ୍ଧାରୁ ୧୯,ରାୟଗଡ଼ାରୁ ୧୬, ଯାଜପୁରରୁ ୩, ମାଲକାନଗିରିରୁ ୫, ପୁରୀରୁ ୬, କଟକରୁ ୧୪, ନୟାଗଡ଼ରୁ ୩, ଗଜପତିରୁ ୧୬, ବରଗଡ଼ରୁ ଜଣେ, କେନ୍ଦ୍ରାପଡ଼ାରୁ ୬, ସମ୍ବଲପୁରରୁ ୨, କୋରାପୁଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ଏନଡ଼ିଆରଏଫ ଯବାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Khansweb Solution Bhubaneswar

Leave A Reply

Your email address will not be published.