banner
Breaking

ରାଜ୍ୟରେ ପୁଣି ୨୬୪ ପଜିଟିଭ ଚିହ୍ନଟ। ଗଞ୍ଜାମରୁ ସର୍ବାଧିକ

0

ଭୁବନେଶ୍ବର,୨୮/୬(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ପୁଣି ୨୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪ କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୨୩୪ ଜଣ ଚିହ୍ନଟ ହୋଇଥିବାବେଳେ ୩୦ ଜଣ ସ୍ଥାନୀୟ ଲୋକ ହୋଇଥିବା ଜଣାପଡିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୩ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୭୬, ଯାଜପୁର ୪୧,କେନ୍ଦୁଝରରୁ ୨୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୮ ଜଣ ଲେଖାଏଁ, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୫ ଲେଖାଏଁ ଆକ୍ରାନ୍ତ, ବାଲେଶ୍ବର ଓ କଟକରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ, ପୁରୀରୁ ୭, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ, କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡା, ଗଜପତି,କଳାହାଣ୍ଡି ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏବେ ରାଜ୍ୟରେ ମୋଟ୍ ୪୬୦୬ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୦ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.