banner
Breaking

ରାଜ୍ୟରେ ଆଜି ପୁଣି ୬୧୬ କରୋନା ପଜିଟିଭ ଚିହ୍ନଟ ଓ ୬ ମୃତ।

0

ଭୁବନେଶ୍ୱର,୧୩ ।୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୬୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୪୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ୨୨ଟି ଜିଲ୍ଲାରୁ ଚିହ୍ନଟ ୬୧୬ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୭ଜଣ, ବାଲେଶ୍ୱରରୁ ୨୭ଜଣ, ବରଗଡ଼ରୁ ୩୧ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨ଜଣ, କଟକରୁ ୨୩ଜଣ, ଢ଼େଙ୍କାନାଳରୁ ୭ଜଣ, ଗଜପତିରୁ ଜଣେ, ଜଗତସିଂହପୁରରୁ ୧୮ଜଣ, ଯାଜପୁରରୁ ୧୭ଜଣ, ଝାରସୁଗୁଡ଼ାରୁ ୧୧ଜଣ, କଳାହାଣ୍ଡିରୁ ୬ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨୩ଜଣ, ଖୋର୍ଦ୍ଧାରୁ ୨୯ଜଣ, କୋରାପୁଟରୁ ୫୦ଜଣ, ମାଲକାନଗିରିରୁ ୧୪ଜଣ, ମୟୁରଭଞ୍ଜରୁ ୧୩ଜଣ, ନବରଙ୍ଗପୁରରୁ ୪୦ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ଜଣେ ଓ ସୁନ୍ଦରଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ ଜଣେ ଲେଖାଏ ଅଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଗଞ୍ଜାମରେ ମୋଟ ମୃତକଙ୍କ ସଂଖ୍ୟା ୪୩ରେ ପହଞ୍ଚିଛି। 
ଅତ୍ୟାବଧି ରାଜ୍ୟରେ ମୋଟ ୩୪୧୫୩୭ଟି ସାମ୍ପୁଲ ପରୀକ୍ଷା କରାଯାଇଛି । ମୋଟ ୧୩ ହଜାର ୭୩୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୮୯୬ ଜଣ ଚିକିତ୍ସା ହେଉଥିବା ବେଳେ ୮୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.