banner
Breaking

ରାଜ୍ୟରେ ଆଜି ପୁଣି ୪୯୪ ପଜିଟିଭ ଚିହ୍ନଟ ଓ ୨ ମୃତ।

0

ଭୁବନେଶ୍ବର ,୧୬/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୯୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୩୯୨ ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୭୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୩ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୯୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୨୧ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୮ ଜଣ, ଗଞ୍ଜାମରୁ ୨୪୬ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୬୪ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୯ଜଣ, ପୁରୀରୁ ୨୧ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୩ ଜଣ ଓ ସୁନ୍ଦରଗଡ଼ରୁ ୧୦ ଜଣ ରହିଥିବା ଜଣାପଡିଛି।
ସେହିପରି ରାଜ୍ୟରେ ଆଉ ୨ଟି ମୁଣ୍ଡ ନେଇଛି କରୋନା। ମୃତକ ଦ୍ବୟ ଗଞ୍ଜାମ ଜିଲାର। ଜଣକ ବୟସ ୫୧ ବର୍ଷ ହୋଇଥିବାବେଳେ ଅନ୍ୟ ଜଣକ ବୟସ ୩୪ ବର୍ଷ ବୋଲି ଜଣାପଡ଼ିଛି। ୫୧ ବର୍ଷୀୟ ବ୍ୟକ୍ତି ଜଣକ ମେଦବହୁଳତା ଏବଂ ଅନ୍ୟ ଜଣକ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୬୧ ହଜାର ୯୨୦ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧୫ ହଜାର ୩୯୨ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୦ ହଜାର ୪୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୨୪ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ବର୍ତ୍ତମାନ ୪ ହଜାର ୮୧୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.