banner
Breaking

ରାଜ୍ୟରେ ଆଜି ପୁଣି ୧୩୨୦ ପଜିଟିଭ ଚିହ୍ନଟ ଓ ୧୦ ମୃତ।

0

ଭୁବନେଶ୍ବର,୨୫/୭(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି୧୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୮୭ ଜଣ ଚିହ୍ନଟ ହୋଇଥିବାବେଳେ ୪୩୩ ସ୍ଥାନୀୟ ଲୋକ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୦୧୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୪ ଜିଲାରୁ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୫୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୁଳ ଜିଲାରୁ ୬ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୨୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୯୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣ କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି ।  

ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜି ୧୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୩୦ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ , ଗଜପତି, ଝାରସୁଗୁଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଗଞ୍ଜାମର ୩ ମୃତକଙ୍କ ବୟସ ଯଥାକ୍ରମେ ୬୦,୩୦ ଓ ୬୦ବର୍ଷ । ସେହିପରି ବାଲେଶ୍ୱରର ୨ମୃତକଙ୍କ ବୟସ ୩୭ ଓ ୬୦ବର୍ଷ । ସୁନ୍ଦରଗଡ଼ରେ ମୃତ୍ୟୁ ହୋଇଥିବା ଆକ୍ରାନ୍ତଙ୍କ ବୟସ ୫୪ ଓ ୬୦ବର୍ଷ । ଗଜପତି, ଝାରସୁଗୁଡ଼ା ଓ ରାୟଗଡ଼ାରେ ମୃତ୍ୟୁ ହୋଇଥିବା ଆକ୍ରାନ୍ତଙ୍କ ବୟସ ୩୭, ୬୧ ଓ ୪୭ବର୍ଷ ହୋଇଥିବା ସୂଚନା ମିଳିଛି ।

Khansweb Solution Bhubaneswar

Leave A Reply

Your email address will not be published.