banner
Breaking

ଭୁବନେଶ୍ୱରରେ ଆଜି ପୁଣି ୧୦୫ ପଜିଟିଭ ଚିହ୍ନଟ ଓ ୧୨୩ ସୁସ୍ଥ।

0

ଭୁବନେଶ୍ୱର, ୩୦/୭(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ଆଜି ପୁଣି ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୬୦୭କୁ ବୃଦ୍ଧି ପାଇଛି । ସେଥିରୁ ୧୩୩୯ ଜଣ ସୁସ୍ଥ ହୋଇଥିବା ବେଳେ ୧୨୫୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ଓ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜଧାନୀରେ ଆଜି ୧୨୩ ଜଣ ସୁସ୍ଥ ହୋଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.