banner
Breaking

ରାଜ୍ୟରେ ଆଜି ପୁଣି ୧୩୮୪ ପଜିଟିଭ ଚିହ୍ନଟ ଓ ୯ ମୃତ।

0

ଭୁବନେଶ୍ଵର,୪/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୯ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୪୯୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଙ୍ଗଳବାର ୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩୮୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୮୮ ରହିଥିବା ବେଳେ ଖୋର୍ଦ୍ଧା ଜିଲାରୁ ୨୦୧, କଟକ ଜିଲାରୁ ୧୨୧ ରହିଛନ୍ତି । ସେହିପରି  ଅନୁଗୁଳରୁ ୧୪, ବାଲେଶ୍ୱରରୁ ୩୭, ବରଗଡ଼ରୁ ୧୦, ଭଦ୍ରକରୁ ୪୦, ବଲାଙ୍ଗୀରରୁ ୫, ବୌଦ୍ଧରୁ ୨, ଢେଙ୍କାନାଳରୁ ୫୧, ଗଜପତିରୁ ୩୮, ଜଗତସିଂହପୁରରୁ ୨୦, ଯାଜପୁରରୁ ୩୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୬୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୬୬, କୋରାପୁଟରୁ ୪୯, ମାଲକାନଗିରିରୁ ୩୪, ମୟୁରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୩, ପୁରୀରୁ ୩୪, ସମ୍ବଲପୁରରୁ ୮୨, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୬୪ ଜଣ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୭୦ ହଜାର ୫୯୦ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୩୭ ହଜାର ୬୮୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୩ ହଜାର ୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୧୬ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ଅନ୍ୟରୋଗ କାରଣରୁ ୪୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୩୫୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସେହିପରି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ (୪୦,୫୦,୪୬,୬୦ପୁ, ୭୫,୬୦ସ୍ତ୍ରୀ),ଖୋର୍ଦ୍ଧାରୁ ଜଣେ ୫୫ ବର୍ଷୀୟ ପୁରୁଷ, ପୁରୀ ଜିଲ୍ଲାରୁ ଜଣେ ୫୭ ବର୍ଷୀୟ ପୁରୁଷ, ଏବଂ ଯାଜପୁର ଜିଲ୍ଲାରୁ ଜଣେ ୪୦ ବର୍ଷୀୟ ପୁରୁଷ ରହିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.