banner
Breaking

ରାଜ୍ୟରେ ଆଜି ପୁଣି ୧୬୪୩ ପଜିଟିଭ ଚିହ୍ନଟ ଓ ୧୨ ମୃତ।

0

ଭୁବନେଶ୍ଵର,୮/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶନିବାର ୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭୪ଝଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୮ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୬ ଲକ୍ଷ ୩୪ ହଜାର ୯୦ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪୪ ହଜାର ୧୯୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮ ହଜାର ୬୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫୯ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୪୮ ଜଣ ଅନ୍ୟରୋଗ କାରଣରୁ ମୃତ୍ୟୁ ବରଣ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ହଜାର ୧୮୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସେହିପରି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨ ଜଣ (୪୮ପୁ, ୬୧ସ୍ତ୍ରୀ), ସୁନ୍ଦରଗଡ ଜିଲ୍ଲାରୁ ଜଣେ ୫୫ ବର୍ଷୀୟ ମହିଳା, ଭୁବନେଶ୍ୱରରୁ ୨ ଜଣ (୬୦,୬୭)ବର୍ଷୀୟ ପୁରୁଷ, ବାଲେଶ୍ବରରୁ ଜଣେ ୬୭ ବର୍ଷୀୟ ପୁରୁଷ,ବରଗଡରୁ ଜଣେ ୬୦ ବର୍ଷୀୟ ପୁରୁଷ,ଗଜପତି ଜିଲ୍ଲାରୁ ଜଣେ ୫୯ ବର୍ଷୀୟ ପୁରୁଷ,କନ୍ଧମାଳରୁ ୨ ଜଣ (୫୫,୬୦ପୁରୁଷ) ଏବଂ କେନ୍ଦୁଝର ଜିଲ୍ଲାରୁ ୨ ଜଣ (୬୦,୭୯) ବର୍ଷୀୟ ପୁରୁଷ ରହିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.