banner
Breaking

ରାଜ୍ୟରେ ଆଜି ପୁଣି ୧୭୩୪ ପଜିଟିଭ ଚିହ୍ନଟ ଓ ୧୩ ମୃତ।

0

 

ଭୁବନେଶ୍ଵର,୯/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୭୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୫୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୨୭ରେ ପହଞ୍ଚିଛି ।
ରବିବାର ୨୯ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୫୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୧୭୬ଜଣ, ଦେବଗଡ଼ ଜିଲ୍ଲାରୁ ୫ ଜଣ ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୮୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୫୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୨ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ ଜିଲ୍ଲାରୁ ୧୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୫୦ ହଜାର ୧୮୩ ଟି ନମୂନା ପରୀକ୍ଷଣ ହୋଇଥିବା ବେଳେ ୪୫ ହଜାର ୯୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୦ ହଜାର ୨୪୧ ଜଣ ସୁସ୍ଥ ହୋଇଥିବା ବେଳେ ୨୭୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୪୯ ଜଣଙ୍କର ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୫ ହଜାର ୩୬୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

ସେହିପରି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ (୪୦,୬୫,୬୬,୩୭,୫୦ପୁ, ୬୦ସ୍ତ୍ରୀ), ଖୋର୍ଦ୍ଧାରୁ ଜଣେ ୬୦ ବର୍ଷୀୟ ପୁରୁଷ, ଭୁବନେଶ୍ୱରରୁ ଜଣେ ୫୨ବର୍ଷୀୟ ପୁରୁଷ, ବାଲେଶ୍ବରରୁ ଜଣେ ୮୧ ବର୍ଷୀୟ ପୁରୁଷ,ବରଗଡରୁ ଜଣେ ୩୯ ବର୍ଷୀୟ ପୁରୁଷ,ନୟାଗଡ଼ ଜିଲ୍ଲାରୁ ଜଣେ ୬୦ ବର୍ଷୀୟ ପୁରୁଷ,ଏବଂ କୋରାପୁଟ ଜିଲ୍ଲାରୁ ୨ ଜଣ (୬୫,୪୭) ବର୍ଷୀୟ ପୁରୁଷ ରହିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.