banner
Breaking

ରାଜ୍ୟରେ ଆଜି ସର୍ବାଧିକ ୧୯୭୭ ପଜିଟିଭ ଚିହ୍ନଟ ଓ ୧୦ ମୃତ।

0

ଭୁବନେଶ୍ୱର, ୧୪ା୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୯୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୭୩୬ ଜଣ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ ହଜାର ୬୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶୁକ୍ରବାର ୩୦ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩୨, ଗଞ୍ଜାମରୁ ୨୮୦, ମୟୁରଭଞ୍ଜରୁ ୧୨୦, ଭଦ୍ରକରୁ ୧୧୮, କଟକରୁ ୧୦୧, ଗଜପତିରୁ ୯୩, କୋରାପୁଟରୁ ୯୦, ସୁନ୍ଦରଗଡ଼ରୁ ୮୮, ପୁରୀରୁ ୮୩, ନୟାଗଡ଼ରୁ ୭୫, ରାୟଗଡ଼ାରୁ ୭୦, ଯାଜପୁରରୁ ୬୯, କନ୍ଧମାଳରୁ ୬୦, ସମ୍ବଲପୁରରୁ ୫୯, ବାଲେଶ୍ୱରରୁ ୫୬, ମାଲକାନଗିରିରୁ ୫୨,କଳାହାଣ୍ଡିରୁ ୪୮, ଢ଼େଙ୍କାନାଳରୁ ୪୦, ଜଗତସିଂହୁପରରୁ ୩୪, ବରଗଡ଼ରୁ ୨୨, ନୂଆପଡ଼ାରୁ ୨୦, ନବରଙ୍ଗପୁରରୁ ୧୭, ଝାରସୁଗୁଡ଼ାରୁ ୧୧, କେନ୍ଦୁଝରରୁ ୧୦, ବଲାଙ୍ଗୀରରୁ ୭, ସୋନପୁରରୁ ୭, କେନ୍ଦ୍ରାପଡ଼ାରୁ ୬, ବୌଦ୍ଧରୁ ୫, ଅନୁଗୁଳରୁ ୨, ଦେଓଗଡ଼ରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮ ଲକ୍ଷ ୭ ହଜାର ୮୨୬ଟି ନମୁନା ପରୀକ୍ଷଣ ହୋଇଛି। ସେଥିରୁ ମୋଟ ୫୪ ହଜାର ୬୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୩୯,୯୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬ ହଜାର ୩୫୩ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।
ସେହିପରି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ପୁରୀରୁ ୩, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.