banner
Breaking

ରାଜ୍ୟରେ ଆଜି ପୁଣି ୨୮୧୯ ପଜିଟିଭ ଚିହ୍ନଟ ଓ ୯ ମୃତ।

0

ଭୁବନେଶ୍ୱର, ୨୨ା୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଖୋର୍ଦ୍ଧାରୁ ସର୍ବାଧିକ ୪୪୩, କଟକରୁ ୨୫୭, ମୟୁରଭଞ୍ଜରୁ ୨୧୯, ଗଞ୍ଜାମରୁ ୧୯୨, ରାୟଗଡ଼ାରୁ ୧୪୭, ସମ୍ବଲପୁରରୁ ୧୪୫, ବରଗଡ଼ରୁ ୧୩୬, ଯାଜପୁରରୁ ୧୨୦, ପୁରୀରୁ ୧୦୯, ବାଲେଶ୍ୱରରୁ ୧୦୫, ଢ଼େଙ୍କାନାଳରୁ ୧୦୦, ମାଲକାନଗିରିରୁ ୮୩, କୋରାପୁଟରୁ ୮୧, ଭଦ୍ରକରୁ ୭୭, ନୟାଗଡ଼ରୁ ୬୪, ଝାରସୁଗୁଡ଼ାରୁ ୬୩, ଗଜପତିରୁ ୬୨, କେନ୍ଦ୍ରାପଡ଼ାରୁ ୬୨, କଳାହାଣ୍ଡିରୁ ୫୫, ସୁନ୍ଦରଗଡ଼ରୁ ୫୭ବଲାଙ୍ଗୀରରୁ ୫୬, ଜଗତସିଂହପୁରରୁ ୪୮,କନ୍ଧମାଳରୁ ୪୪, ନବରଙ୍ଗପୁରରୁ ୪୩, ଅନଗୁଳରୁ ୨୩, ସୋନପୁରରୁ ୧୪, କେନ୍ଦୁଝରରୁ ୭, ବୌଦ୍ଧରୁ ୬, ନୂଆପଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାର ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Khansweb Solution Bhubaneswar

Leave A Reply

Your email address will not be published.