banner
Breaking

ରାଜ୍ୟରେ ଆଜି ପୁଣି ୨୯୯୩ ପଜିଟିଭ ଚିହ୍ନଟ ଓ ୧୦ ମୃତ।

0

ଭୁବନେଶ୍ବର,୨୩/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୨୯୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୭୯ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ ଜିଲ୍ଲାରୁ ୯୮ଜଣ, ଭଦ୍ରକ ଜିଲ୍ଲାରୁ ୯୨ଝଣ, ବଲାଙ୍ଗୀର ଜିଲ୍ଲାରୁ ୬୨ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୫୮ଜଣ, ଦେଓଗଡ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଝଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ୨୭୧ଜଣ, ଜଗତସିଂହପୁର ଜିଲ୍ଲାରୁ ୪୬ଜଣ, ଯାଜପୁର ଜିଲ୍ଲାରୁ ୧୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୬ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୮ଜଣ, ନୟାଗଡ ଜିଲ୍ଲାରୁ ୧୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୪୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୦ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୨୭୬ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ।

ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, କଟକ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀର, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୯ରେ ପହଞ୍ଚିଛି।

Khansweb Solution Bhubaneswar

Leave A Reply

Your email address will not be published.