banner
Breaking

ରାଜ୍ୟରେ ଆଜି ପୁଣି ୪୧୮୦ ପଜିଟିଭ ଚିହ୍ନଟ ଓ ୧୩ ମୃତ।

0

ଭୁବନେଶ୍ୱର,୧୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୧୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୬୬ଜଣ ଚିହ୍ନଟ ହୋଇଥିବା ବେଳେ ୧୭୧୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶୁକ୍ରବାର ୩୦ ଜିଲାରୁ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୮୮। ଅନୁଗୁଳରୁ ୧୫୫, ବାଲେଶ୍ୱର ୧୩୩, ବରଗଡ଼ ୧୦୦, ଭଦ୍ରକ ୮୧, ବଲାଙ୍ଗୀର ୭୩, ବୌଦ୍ଧ ୫୬, କଟକ ୪୯୨, ଦେଓଗଡ଼ ୧୦, ଢେଙ୍କାନାଳ ୬୭, ଗଜପତି ୨୫, ଗଞ୍ଜାମ ୫୮, ଜଗତସିଂହପୁର ୧୨୩, ଯାଜପୁର ୧୮୪, ଝାରସୁଗୁଡ଼ା ୮୩, କଳାହାଣ୍ଡି ୬୭, କନ୍ଧମାଳ ୭୭, କେନ୍ଦ୍ରାପଡ଼ା ୧୨୧, କେନ୍ଦୁଝର ୭୩, କୋରାପୁଟ ୯୯, ମାଲକାନଗିରି ୫୩, ମୟୁରଭଞ୍ଜ ୧୬୩, ନବରଙ୍ଗପୁର ୭୩, ନୟାଗଡ଼ ୫୪, ନୂଆପଡ଼ା ୫୪, ପୁରୀ ୧୬୬, ରାୟଗଡ଼ା ୧୬୦, ସମ୍ବଲପୁର ୧୨୭, ସୋନପୁର ୬୨, ସୁନ୍ଦରଗଡ଼ ୧୬୬ ଜଣ ଓ ଷ୍ଟେଟପୁଲରୁ ୩୩୭ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଅଦ୍ୟାବଧି ୨୬ ଲକ୍ଷ ୬୭ ହଜାର ୭୪୭ଟି ନମୂନା ପରୀକ୍ଷଣ ହୋଇଛି। ସେଥିରୁ ମୋଟ ୧ ,୭୧,୩୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୧,୩୩,୪୬୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭,୧୪୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

ରାଜ୍ୟରେ ଆଜି ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ, କଟକ, ଗଜପତି, ବରଗଡ, ବଲାଙ୍ଗିର, କନ୍ଧମାଳ, ମୟୂରଭଞ୍ଜରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.