banner
Breaking

ରାଜ୍ୟରେ ଆଜି ପୁଣି ୪୨୦୮ ପଜିଟିଭ ଚିହ୍ନଟ ଓ ୧୫ ମୃତ।

0

ଭୁବନେଶ୍ୱର,୨୫/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୬୨ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୭୪୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬କୁ ବୃଦ୍ଧି ପାଇଛି। ସେଥିରୁ ୩୯,୨୩୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୨୫ ଓ କଟକରୁ ୪୬୫ । ଅନୁଗୁଳରୁ ୧୯୪, ବାଲେଶ୍ୱରରୁ ୧୧୮, ବରଗଡ଼ ୧୧୪, ଭଦ୍ରକ ୪୮, ବଲାଙ୍ଗୀର ୭୬, ବୌଦ୍ଧ ୨୯, ଦେଓଗଡ଼ ୨୦, ଢେଙ୍କାନାଳ ୬୮, ଗଜପତି ୧୩, ଗଞ୍ଜାମ ୬୩, ଜଗତସିଂହପୁର ୧୮୧, ଯାଜପୁର ୨୩୭, ଝାରସୁଗୁଡ଼ା ୮୧, କଳାହାଣ୍ଡି ୧୧୬, କନ୍ଧମାଳ ୧୦୨, କେନ୍ଦ୍ରାପଡ଼ା ୧୧୦, କେନ୍ଦୁଝର ୮୨, କୋରାପୁଟ ୭୨, ମାଲକାନଗିରି ୬୧, ମୟୁରଭଞ୍ଜ ୧୫୪, ନବରଙ୍ଗପୁର ୧୩୧, ନୟାଗଡ଼ ୫୨, ନୂଆପଡ଼ା ୧୭୫, ପୁରୀ ୧୯୯, ରାୟଗଡା ୬୧, ସମ୍ବଲପୁର ୧୩୧, ସୋନପୁର ୨୬, ସୁନ୍ଦରଗଡ଼ ୮୦ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ ଶୁକ୍ରବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣଙ୍କ ଜୀବନ ଯାଇଛି। ପୁରୀ ଜିଲାରୁ ୩ ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ରାୟଗଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ, ଅନୁଗୁଳ ଓ କଟକ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.