banner
Breaking

ରାଜ୍ୟରେ ଆଜି ୪୩୫୬ ପଜିଟିଭ ଚିହ୍ନଟ , ୪୭୬୧ ସୁସ୍ଥ ଓ ୧୬ ମୃତ।

0

ଭୁବନେଶ୍ୱର,୨୬/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୩୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୨୯ ଓ ୧୮୨୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫,୪୫୨ରେ ପହଞ୍ଚିଛି। ସେଥିରୁ ୩୯,୧୮୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୬୫, ୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୦୨ । ଅନୁଗୁଳରୁ ୧୯୭, ବାଲେଶ୍ୱରରୁ ୧୯୪, ବରଗଡ଼ ୧୦୬, ଭଦ୍ରକ ୧୨୪, ବଲାଙ୍ଗୀର ୭୬,ବୌଦ୍ଧ ୪୯, କଟକ ୪୦୯, ଦେଓଗଡ଼ ୧୪, ଢେଙ୍କାନାଳ ୮୪, ଗଜପତି ୨୦, ଗଞ୍ଜାମ ୬୨, ଜଗତସିଂହପୁର ୧୭୧, ଯାଜପୁର ୧୩୬, ଝାରସୁଗୁଡ଼ା ୧୨୦, କଳହାଣ୍ଡି ୭୧, କନ୍ଧମାଳ୯୧, କେନ୍ଦ୍ରାପଡ଼ା ୧୧୯, କେନ୍ଦୁଝର ୫୫, କୋରାପୁଟ ୮୨, ମାଲକାନଗିରି ୨୮, ମୟୁରଭଞ୍ଜ ୧୫୩, ନବରଙ୍ଗପୁର ୫୮, ନୟାଗଡ଼ ୫୧, ନୂଆପଡ଼ା ୧୭୩, ପୁରୀ ୧୬୮, ରାୟଗଡ଼ା ୧୨୧, ସମ୍ବଲପୁର ୮୧, ସୋନପୁର ୧୪, ସୁନ୍ଦରଗଡ଼୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୭୦,୧୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଅନ୍ୟପକ୍ଷରେ ରାଜ୍ୟରେ ଶନିବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
ଆଜି କରୋନାରେ ୧୬ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣଙ୍କ ଜୀବନ ଯାଇଛି। ଖୋର୍ଦ୍ଧା ଜିଲାରୁ ୪ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୩ଜଣ ରହିଛନ୍ତି। ପୁରୀ ଓ କରୋପୁଟ ଜିଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ବାଲେଶ୍ବର, କଟକ, ଜଗତସିଂହପୁର, ଯାଜପୁର ଓ ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.