banner
Breaking

ରାଜ୍ୟରେ ଆଜି ପୁଣି ୩୦୬୭ ପଜିଟିଭ ଚିହ୍ନଟ ଓ ୧୫ ମୃତ।

0

ଭୁବନେଶ୍ୱର,୨୯।୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।
ଆଜି ୩୦ଟି ଜିଲ୍ଲାରୁ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୨୯, ବାଲେଶ୍ୱରରୁ ୧୪୬, ବରଗଡ଼ରୁ ୬୯ , ଭଦ୍ରକରୁ ୫୯, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୪୫, କଟକରୁ ୨୩୦, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୯୧ , ଗଜପତିରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୪ ଜଗତ୍‌ସିଂହପୁରରୁ ୮୪, ଯାଜପୁରରୁ ୬୦, ଝାରସୁଗୁଡ଼ାରୁ ୯୬ , କଳାହାଣ୍ଡିରୁ ୫୪, କନ୍ଧମାଳରୁ ୮୧, କେନ୍ଦ୍ରାପଡ଼ାରୁ ୯୪ , କେନ୍ଦୁଝରରୁ ୮୧, କୋରାପୁଟରୁ ୫୫ , ମାଲକାନଗିରିରୁ ୨୪, ମୟୂରଭଞ୍ଜରୁ ୧୪୩ ଆକ୍ରାନ୍ତ ରହିଛନ୍ତି। ନବରଙ୍ଗପୁରରୁ ୫୮, ନୟାଗଡ଼ରୁ ୬୮, ନୂଆପଡ଼ାରୁ ୫୮, ରାୟଗଡ଼ାରୁ ୪୧, ପୁରୀରୁ ୧୭୮ , ସମ୍ବଲପୁରରୁ ୯୮, ସୁବର୍ଣ୍ଣପୁରରୁ ୨୨ ଓ ସୁନ୍ଦରଗଡ଼ରୁ ୬୨ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨,୧୫,୬୭୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭,୨୧୧ ଚିକିତ୍ସାଧୀନ ଅଛନ୍ତି। ୧,୭୭,୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୫ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, କଟକ ଓ ଭୁବନେଶ୍ୱରରୁ ୩ ଲେଖାଏ ରହିଛନ୍ତି। ଏହା ସହ ପୁରୀରୁ ୨ ମୃତକ ରହିଥିବା ବେଳେ ବଲାଙ୍ଗୀର, ଝାରସୁଗୁଡ଼ା, ନବରଙ୍ଗପୁର ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.