banner
Breaking

ରାଜ୍ୟରେ ଆଜି ୩୬୮ ପଜିଟିଭ ଚିହ୍ନଟ ଓ ୭ ମୃତ।

0

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫ ଏବଂ ଅନୁଗୋଳରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୬, ବରଗଡ଼ ୧୯, ଭଦ୍ରକ ୧୯, ବଲାଙ୍ଗୀର ୧୮, କଟକ ୨୬, ଦେବଗଡ଼ ୧, ଢେଙ୍କାନାଳ ୪, ଗଞ୍ଜାମ ୬, ଜଗତସିଂହପୁର ୮, ଯାଜପୁର ୬, ଝାରସୁଗୁଡ଼ା ୬, କଳାହାଣ୍ଡି ୬, କନ୍ଧମାଳ ୨, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୨୨, କୋରାପୁଟ ୪, ମାଲକାନଗିରି ୧, ମୟୂରଭଞ୍ଜ ୨୪, ନୟାଗଡ଼ ୫, ନୂଆପଡ଼ା ୫, ପୁରୀ ୧୮, ରାୟଗଡ଼ା ୨ ଏବଂ ସମ୍ବଲପୁରରୁ ୧୧ ଜଣ ଓ ଷ୍ଟେଟ୍‌ ପୋଲରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ରାଜ୍ୟରେ ୭ ଜଣଙ୍କ ଜୀବନ ନେଇଛି କରୋନା। ମୃତକମାନଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ପୁରୀ, ସୁନ୍ଦରଗଡ଼ ଏବଂ ଜଗତସିଂହପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ବେଳେ ୩,୧୫,୮୪୦ଜଣ ସୁସ୍ଥ ହୋଇଛନ୍ତି। ୩୮୯୩ ଜଣ ଚିକିତ୍ସିତ ହେଉଛନ୍ତି। ୧୭୭୮ ଜଣଙ୍କ ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.