banner
Breaking

ରାଜ୍ୟରେ ଆଜି ୧୫୦ ପଜିଟିଭ ଚିହ୍ନଟ ଓ ୧ ମୃତ।

0

ଭୁବନେଶ୍ୱର,୨୪।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୧୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ୬୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୮ ଏବଂ କଟକରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୭, ଭଦ୍ରକ ୭, ବଲାଙ୍ଗୀର ୫, ବୌଦ୍ଧ ୨, ଦେବଗଡ଼ ୧, ଗଞ୍ଜାମ ୩, ଜଗତସିଂହପୁର ୬, ଯାଜପୁର ୬, ଝାରସୁଗୁଡ଼ା ୮, କଳାହାଣ୍ଡି ୬, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୪, ଖୋର୍ଦ୍ଧା ୪, ମୟୂରଭଞ୍ଜ ୧, ନବରଙ୍ଗପୁର ୨, ନୂଆପଡ଼ା ୩, ପୁରୀ ୧୦, ସମ୍ବଲପୁର ୧୦ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା  ୧ ଥିବା ବେଳେ ଆଜି ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪, ୩୦୦ରେ ପହଞ୍ଚିଥିବା ବେଳେ ୩,୩୦,୯୬୨ ଜଣ ସୁସ୍ଥ ହୋଇଛନ୍ତି। ୧୩୮୦ ଜଣ ଚିକିତ୍ସିତ ହେଉଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.