banner
Breaking

ରାଜ୍ୟରେ ଆଜି ୮୨ ପଜିଟିଭ ଚିହ୍ନଟ।

0

ଭୁବନେଶ୍ବର,୬/୨(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୪୯ ଜଣ ସଂଗରୋଧରୁ ଏବଂ ୩୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୦ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ଅନୁଗୋଳରୁ ୯, ସମ୍ବଲପୁରରୁ ୭, ବରଗଡ଼ରୁ ୬, ବଲାଙ୍ଗୀର ଓ କଟକ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୫ ଜଣ ଲେଖାଁଏ, ବାଲେଶ୍ବରରୁ, ଦେବଗଡ଼ ଓ ଯାଜପୁରରୁ ୩ ଜଣ ଲେଖାଁଏ, ଗଞ୍ଜାମ, ଝାରସୁଗୁଡା, କେନ୍ଦୁଝରରୁ, ପୁରୀ, ରାୟଗଡା ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଁଏ, ଗଜପତି, କଳାହାଣ୍ଡି ଓ ନୂଆପଡା ଏବଂ ଷ୍ଟେଟ ପୁଲରୁ  ୩ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ଆଉ ୧୨୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ହଜାର ୭୩୩କୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ୮୫୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଏଯାବତ ୭୮ଲକ୍ଷ ୪୦ ହଜାର ୭୭୨ନମୂନା ପରୀକ୍ଷା କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.