ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ ନିଷ୍ପତ୍ତି ହୋଇଛି । ଏ ନେଇ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ମଙ୍ଗଳବାର ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବର୍ତ୍ତମାନ ୫ଟି ବିଭାଗ ଉପରେ ଗୁରୁତ୍ୱ ଦିଆଯାଉଛି । ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କୁ ଗୁରୁତ୍ୱ ଦିଆଯାଉଛି । ଉଠା ଦୋକାନୀ, ମଲ, ରେଷ୍ଟୁରାଣ୍ଟ ଓ ବିଦ୍ୟୁତ କର୍ମଚାରୀଙ୍କୁ ଗୁରୁତ୍ୱ ଦେଉଛୁ। ୫ଟି ବର୍ଗର ୨୦ ହଜାର ଲୋକଙ୍କ ତାଲିକା ପ୍ରସ୍ତୁତ କରିଛୁ । ମାସେରୁ ୨ ମାସ ଭିତରେ ସମସ୍ତଙ୍କୁ ଟିକାକରଣରେ ସାମିଲ କରିବା ଆମର ଲକ୍ଷ୍ୟ ବୋଲି ବିଏମସି କମିଶନର ସୂଚନା ଦେଇଛନ୍ତି ।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
