banner
Breaking

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା।

0

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ ନିଷ୍ପତ୍ତି ହୋଇଛି । ଏ ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ମଙ୍ଗଳବାର ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବର୍ତ୍ତମାନ ୫ଟି ବିଭାଗ ଉପରେ ଗୁରୁତ୍ୱ ଦିଆଯାଉଛି । ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କୁ ଗୁରୁତ୍ୱ ଦିଆଯାଉଛି । ଉଠା ଦୋକାନୀ, ମଲ, ରେଷ୍ଟୁରାଣ୍ଟ ଓ ବିଦ୍ୟୁତ କର୍ମଚାରୀଙ୍କୁ ଗୁରୁତ୍ୱ ଦେଉଛୁ। ୫ଟି ବର୍ଗର ୨୦ ହଜାର ଲୋକଙ୍କ ତାଲିକା ପ୍ରସ୍ତୁତ କରିଛୁ । ମାସେରୁ ୨ ମାସ ଭିତରେ ସମସ୍ତଙ୍କୁ ଟିକାକରଣରେ ସାମିଲ କରିବା ଆମର ଲକ୍ଷ୍ୟ ବୋଲି ବିଏମସି କମିଶନର ସୂଚନା ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.