banner
Breaking

ବାହାର ରାଜ୍ୟରୁ ଆସିଲେ ଆରଟିପିସିଆର ବାଧ୍ୟତାମୂଳକ।

0

ଭୁବନେଶ୍ୱର, ୮।୪(ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଏଣିକି ଆର୍‌ଟିପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ। ଯେଉଁମାନେ ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ କ୍ୱାରାଣ୍ଟାଇନରେ ରଖାଯିବ। ରାଜ୍ୟରେ ଦୈନିକ ସଂକ୍ରମଣ ୯ଶହ ମୁହାଁ ହୋଇଥିବା ବେଳେ ଏହାକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି କଡ଼ା ନିୟମ ଲାଗୁ କରାଯାଇଥିବା ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ କହିଛନ୍ତି ।

ଏପରିକି ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କର ବି ଆର୍‌ଟିପିସିଆର ଟେଷ୍ଟ କରାଯିବ ବୋଲି ସେ କହିଛନ୍ତି । ଏହାଛଡ଼ା ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା ଓ ସାନିଟାଇଜର ବ୍ୟବହାର କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସବୁ ସ୍ଥାନରେ ଏହାକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଦିନକୁ ଅଢ଼େଇ ଲକ୍ଷ ଟିକା ଦରକାର । ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇଛି। ଏହାବ୍ୟତୀତ ଆଜି ସାରେ ମୁଖ୍ୟମନ୍ତ୍ରୀଙ୍କର ପ୍ରଧାନମନ୍ତ୍ରୀଙ୍କ ସହ ସମୀକ୍ଷା ଥିବାରୁ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି ବୋଲି ସେ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.